Posted inରାଜ୍ୟ

ଆସୁଛି ଘୂର୍ଣ୍ଣିବଳୟ ! ଆସନ୍ତା ୫ ଦିନ ପ୍ରବଳ ବର୍ଷା

ଭୁବନେଶ଼୍ବର, ୨୫।୬:ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।

ସୂଚନା ଥାଉକି, ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri