ଲଘୁଚାପ ପ୍ରଭାବରେ ୪ ଦିନ ବର୍ଷିବ: ୧୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିଦ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ୨ ଜିଲା ହେଲା ମାଲକାନଗିରି ଓ କୋରାପୁଟ। ଏଠାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଶୁକ୍ରବାର ୧୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡିକ ହେଲା, ଗଞ୍ଜାମ, ପୁରୀ, ଗଜପତି, ଜଗତ୍‌ସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼। ଏଠାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୨ ଦିନ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Share