Categories: ରାଜ୍ୟ

୨୦ରେ ଲଘୁଚାପ : ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖ ପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେକେତ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ସତର୍କ ରହିବାକୁ ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୫୦ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନେ ୨୦ ତାରିଖ ପୂର୍ବରୁ ଫେରିଆସିବାକୁ କୁହାଯାଇଛି।

Share