୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରୁ ସେପ୍ଟେମ୍ବର ୨ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ଓ ୪ରେ ଉତ୍ତର ଓଡ଼ିଶା ସମେତ ପଶ୍ଚିମ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ସେପ୍ଟେମ୍ବର ୧ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଆଦିଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Share