ଭୁବନେଶ୍ୱର,୭ା୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ମୁତାବକ ବୁଧବାର ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ଜୁନ ପହିଲାରୁ ସେପ୍ଟେମ୍ବର ୬ ତାରିଖ ସୁଦ୍ଧା ସ୍ବାଭାବିକ ବର୍ଷା ହୋଇଛି। ଏହି ସମୟରେ ୯୩୭.୯ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୦୦୬.୫ ମିଲିମିଟର।