କାଲି ସୁଦ୍ଧା ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲାରେ ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଜ୍ଞାନୀମାନଙ୍କର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହରେ ରାଜ୍ୟରେ ସମୁଦାୟ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବ । ରାଜ୍ୟର ଉପକୂଳ, ପଶ୍ଚିମ ଓ ଉତ୍ତର ଭାଗରେ ଅଧିକ ବର୍ଷାର ସମ୍ଭାବନା ରହିଛି । ତେବେ ଚଳିତ ମୌସୁମୀ ଋତୁରେ ଗତ ଜୁନ୍‍ ୧ ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ବର୍ଷାଠାରୁ କମ୍‍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୮୪୫ ଦଶମିକ ୮ ମିଲିମିଟର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ସାରା ରାଜ୍ୟରେ ୭୬୪ ମିଲିମିଟର ବର୍ଷା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri