ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସେହିପରି ୨୧ ତାରିଖରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୩ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ ଯୋଗୁ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, କେନ୍ଦୁଝରରେ ୭ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ଖରିଆରରେ ୬, କୋରାପୁଟ ୬, ଗଞ୍ଜାମ ୫, ଗଜପତି ୫, ଅନୁଗୋଳ ୫, ରାୟଗଡ଼ା ୫, ମୟୂରଭଞ୍ଜ ୪ ଏବଂ ବାଲେଶ୍ୱରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧୯ ମଧ୍ୟରେ ସ୍ବାଭାବିକ ଭାବେ ୧୦୮୪.୨ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୦୧୭.୬ ମିଲିମିଟର। ରାଜ୍ୟର ୩୦ ଜିଲାରୁ ୨୪ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୨ ଜିଲାରେ ୨୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ତେବେ ୪ ଜିଲାରେ ଏବେ ମଧ୍ୟ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। କଳାହାଣ୍ଡିରେ ୨୭, କେନ୍ଦ୍ରାପଡ଼ା ୨୫, ନୂଆପଡ଼ା ୨୯ ଏବଂ ପୁରୀ ଜିଲାରେ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ଦୁଇ ତିନି ଦିନ ମଧ୍ୟରେ କିଛି ପରିମାଣରେ ନିଅଣ୍ଟିଆ ବର୍ଷା ଭରଣା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri