ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶର, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। । ତେବେ ୧୦ ତାରିଖରୁ ବର୍ଷାର ପରିମାଣ ବଢ଼ି । ତେବେ ରାଜ୍ୟରେ ଲଘୁଚାପର ପ୍ରଭାବ ଅଧିକ ନ ରହିଲେ ମଧ୍ୟ ପାର୍ବଣରେ ଓଡ଼ିଶା ଭିଜିପାରେ ।
ଅନ୍ୟପକ୍ଷେ ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ଯୋଗୁ ଗୁଳୁଗଳି ବଢୁଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ଏଲ୍‌-ନିନ୍ୟୋ ସକ୍ରିୟ ନାହିଁ। ପ୍ରଶାନ୍ତ ମହାସାଗରରେ ନ୍ୟୁଟ୍ରାଲ୍‌ ଲା-ନିନା କଣ୍ଡିଶନ ଚାଲିଛି। ତେଣୁ ଅକ୍ଟୋବର ଓ ନଭେମ୍ବରରେ ଲା-ନିନା କଣ୍ଡିଶନରେ ଉନ୍ନତିି ହେବ। ଲା-ନିନା କଣ୍ଡିଶନ ଯେତେବେଳେ ଡେଭଲପ୍‌ ହୁଏ, ସେତେବେଳେ ଉତ୍ତର ଭାରତରେ ତାପମାତ୍ରା କମ୍‌ ରହିଥାଏ। ସାଧାରଣତଃ ଲା-ନିନା ବର୍ଷଗୁଡ଼ିକରେ ତାପମାତ୍ରା କମ୍‌ ରହିଥିବା ଦେଖାଯାଇଛି। ଏଥିଯୋଗୁ ଅଧିକ ଥଣ୍ଡା ଅନୁଭୂତ ହୋଇଥାଏ। କିନ୍ତୁ ବର୍ତ୍ତମାନ ଅକ୍ଟୋବର ଓ ନଭେମ୍ବରରେ ଦୁର୍ବଳ ଲା-ନିନା କଣ୍ଡିଶନ ହେବ। ତାହା ଧୀରେ ଧୀରେ ସକ୍ରିୟ ହେବ। କିଭଳି ସକ୍ରିୟ ହେବ, ତାକୁ ଅନୁଧ୍ୟାନ କଲେ କେତେ ପରିମାଣରେ ଥଣ୍ଡା ବଢ଼ିବ ଜଣାପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଆର୍ଦ୍ରତା ପରିମାଣ ୭୦ରୁ ୮୦ ପ୍ରତିଶତ ରହୁଥିବାରୁ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତେବେ ଆସନ୍ତା ୭ ତାରିଖ ବେଳକୁ ରାଜ୍ୟକୁ ପୂର୍ବ ଦିଗରୁ ବାୟୁ ପ୍ରବାହ ହେବ। ତାପମାତ୍ରା ତଳକୁ ଖସିବା ସହ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ...

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri