ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଖସିଛି ଓ ଥଣ୍ତା ବଢ଼ିଥିବା ଅନୂଭୁତ ହେଉଛି। ତେବେ, ସୋମବାର ଅର୍ଥାତ ୯ ରୁ ପାରଦ ଖସିବା ଓ ଥଣ୍ତା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ରାଜ୍ୟର ଦକ୍ଷିଣ ଉପକୂଳରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ କିମ୍ବା ଆଂଶିକ ମେଘୁଆ ରହିବାର ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ଆଭ୍ୟନ୍ତରରେ ୧୦ ତାରିଖ ପର୍ଯ୍ୟନ୍ତ ମେଘୁଆ ପାଗ ରହିବାକୁ ଥିବା ବେଳେ ଦକ୍ଷିଣ-ପଶ୍ଚିମ ଆଭ୍ୟନ୍ତରରେ ୮ ରୁ ୯ ତାରିଖ ଆଂଶିକ ଏବଂ ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ୯ରୁ ୧୦ ଆଂଶିକ ମେଘୁଆ ରହିପାରେ। ଅନ୍ୟପଟେ, ଉତ୍ତର ଉପକୂଳରେ ୯ ତାରିଖକୁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି।

ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ। ୧୨ ତାରିଖରୁ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ। ୧୪ ରେ ଦକ୍ଷିଣ ପୂର୍ବ ବଙ୍ଗୋପାଗର ଓ ଦକ୍ଷିଣ ଆଣ୍ତାମାନ ସାଗରରେ ଏହା ଲଘୁଚାପ ରୂପ ନେବ। ୨୪ ଘଣ୍ଟାରେ ଏହା ଅବପାତ ରୂପ ନେଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲନାଡୁକୁ ମୁହାଁଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପଶ୍ଚିମାବାୟୁ ପ୍ରଭାବରେ ଏବେ ରାତି ତାପମାତ୍ରା ଅଧିକ ରହୁଛି। ପଶ୍ଚିମାବାୟୁ ପ୍ରଭାବରେ ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
୮ ତାରିଖରେ ମାନେ ଆଜି ଆଭ୍ୟନ୍ତରୀଣ ଓଡିଶା ଓ ଉତ୍ତର ଓଡି଼ଶାରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୂଆପଥର ବର୍ଷା ହୋଇପାରେ। ୯ରୁ ଥଣ୍ତା ବଢିବ। ୧୦ ଓ ୧୧ ରେ ଅଧିକ ଥଣ୍ତା ଅନୂଭୁତ ହେବ। ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ଼. ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଦକ୍ଷିଣ ଆଭ୍ୟନ୍ତରିଣରେ ୯ ତାରିଖରୁ ରାତି ତାପମାତ୍ରା କମିବ। ଭୁବନେଶ୍ବର ସମେତ ଦକ୍ଷିଣ ଉପକୂଳରେ ଆଜିଠାରୁ ରୁ ୯ ତାରିଖ ମେଘୁଆ ପାଗ ରହିବ। ଆଜିଠାରୁ ଆଭ୍ୟନ୍ତରରେ ୮ ରୁ ୯ ତାରିଖ ଯାଏଁ ଦକ୍ଷିଣ ଆଭ୍ୟନ୍ତରୀଣରେ ଓ ୯ ରୁ ୧୦ ଯାଏଁ ପଶ୍ଚିମ ଓଡି଼ଶା ଓ ଆଭ୍ୟନ୍ତରୀଣରେ ପାଗ ଆଶିଂକ ମେଘୁଆ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri