ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୮।୬(ଅସମାପିକା ସାହୁ)- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ୨ଦିନ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୩୦ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ପ୍ରତିଶତ କମ ବର୍ଷା ହୋଇଛି। ୨୯ରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ସେହିଭଳି ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏହି ଦୁଇଦିନ ଉକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେପଟେ ପାଣିପାଗର ଆକଳନକୁ ଦୃଟେିରେ ରଖି ସ୍ବତନ୍ତ୍ର ରିଲିଫ କମିସନର(ଏସ୍‌ଆର୍‌ସି) ଶୁକ୍ରବାର ସମସ୍ତ ଜିଲାପାଳଙ୍କୁ ଚିଠି ଳେଖି ସତର୍କ ରହିବା ପାଇଁ ନର୍ଦ୍ଦେଶ ଦେଇଛନ୍ତି। ସେପଟେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଅନୁଗୋଳରେ ସର୍ବାଧିକ ୧୦୨ମି ବର୍ଷା ହୋଇଥିବା ବେଳେ ନୟାଗଡ଼ରେ ୩୨, ବଲାଙ୍ଗୀରରେ ୨୬, ଭବାନିପାଟଣାରେ ୧୬.୪, ଟିଟିଲାଗଡ଼ରେ ୧୩.୨, ସୋନପୁର ୧୧ମିମି ବର୍ଷା ରେକର୍ଡ ହୋଇଛି।

Share