Categories: Uncategorized

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ଧିରେଧିରେ ଘନୀଭୂତ ହୋଇ ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡକୁ ମୁହାଁଇବ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ରହିଛି। ଏନେଇ ସୋମବାର ସୁଦ୍ଧା ୪ ଜିଲାକୁ ଅରେଞ୍ଜ ଏବଂ ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏପରିକି ୪ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଜ୍ଞାନୀଙ୍କପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହରେ ରାଜ୍ୟରେ ବର୍ଷାର ପରିମାଣ ସୱାଭାବିକଠାରୁ ଅଧିକ ରହିବ । ରାଜ୍ୟର ଉପକୂଳ, ପଶ୍ଚିମ ଓ ଉତ୍ତର ଭାଗରେ ଅଧିକ ବର୍ଷାର ସମ୍ଭାବନା ରହିଛି । ତେବେ ଚଳିତ ମୌସୁମୀ ଋତୁରେ ଗତ ଜୁନ ୧ ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ସୱାଭାବିକ ବର୍ଷାଠାରୁ କମ୍‌ ହୋଇଛି । ଏହି ସମୟ ମଧ୍ୟରେ ୮୪୫ ଦଶମିକ ୮ ମିଲିମିଟର ସୱାଭାବିକ ବର୍ଷା ହେବାକୁ ଥିବାବେଳେ ରାଜ୍ୟରେ ୭୬୪ ମିଲିମିଟର ବର୍ଷା ହୋଇଛି।