ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।

ସେଥିମଧ୍ୟରୁ ୧୦ ଜିଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏସବୁ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ତେବେ ୟେଲୋ ୱାର୍ନିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲା, ୨୮ ତାରିଖରେ ୫ ଜିଲା ଏବଂ ୨୯ ତାରିଖରେ ୫ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri