ଲଘୁଚାପ କ୍ଷେତ୍ର ସୃଷ୍ଟି , ୧୯ରେ ଅବପାତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଅବପାତ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ପରବର୍ତ୍ତୀ ସମୟରେ ଏହା ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ସେହିପରି ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Share