ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ ହୋଇଥିବାବେଳେ ସ୍ବାଭାବିକ ତାରିଖର ୪ ଦିନପୂର୍ବରୁ ମୌସୁମୀ ଚାଲିଯାଇଛି। ଚଳିତବର୍ଷ ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ, ବୁଧବାର ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୀତ ବଢ଼ିବା ନେଇ ସୂଚନା ଦିଆଯାଇ ନ ଥିଲେ ମଧ୍ୟ ମଙ୍ଗଳବାର ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨ଦିନ ଅର୍ଥାତ୍‌ ୧୭ ତାରିଖ ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଦକ୍ଷିଣ ତାମଲନାଡୁ, ପୁଡୁଚେରୀ, ଆନ୍ଧ୍ରପ୍ରଦେଶ ଏବଂ ଆଖପାଖ ଅଞ୍ଚଳ ଦେଇ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର କ’ଣ ପ୍ରଭାବ ରହିବ ସେନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ। ହେଲେ ବିଭିନ୍ନ ସୋସିଆଲ ମିଡିଆ ଲଘୁଚାପକୁ ନେଇ ବାତ୍ୟା ରୂପ ଦିଆଯାଉଥିବାରୁ ଲୋକଙ୍କ ମନରେ ଭୟ ଘାରିଛି। କାରଣ ମୌସୁମୀ ଫେରିବା ସମୟରେ ସାଧାରଣତଃ ଅକ୍ଟୋବର ମାସରେ ଓଡ଼ିଶାରେ ଅଧିକାଂଶ ବାତ୍ୟା ହୋଇଛି। ଏବେ ବିଲରେ ଧାନ ଫସଲ ରହିଥିବାବେଳେ ଥୋଡ଼ ବାହାରିବା ସମୟ ଆସିଛି। ଏପରି ସ୍ଥିତିରେ ରାଜ୍ୟରେ ବାତ୍ୟା କିମ୍ବା ଝଡ଼ତୋଫାନ ହେଲେ, ଧାନ ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହେବା ଆଶଙ୍କା ଥିବାରୁ ଚାଷୀଙ୍କ ମନରେ ଛନକା ପଶିଛି।

Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri