ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଦିନତମାମ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ସକାଳ ସାଢ଼େ ୮ଟାରୁ ଅପରାହ୍ନ ସାଢ଼େ ୫ଟା ଭିତରେ କୋରାପୁଟରେ ସର୍ବାଧିକ ୪୫.୨ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୧୮, ନୟାଗଡ଼ରେ ୧୭, ତାଳଚେର ୧୫, ଭବାନୀପାଟଣା ୧୩.୨ ଓ ନବରଙ୍ଗପୁରରେ ୧୩ ମି.ମି. ବର୍ଷା ହୋଇଛି। ସେହିପରି ବାଲେଶ୍ୱର, ଚାନ୍ଦବାଲି, କଟକ, ଭୁବନେଶ୍ୱର, ଗୋପାଳପୁର, ପୁରୀ, ଅନୁଗୋଳ, ବାରିପଦା, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି, ସୋନପୁର, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି, ରାୟଗଡ଼ା, ଭଦ୍ରକ, ଢେଙ୍କାନାଳ, ଦେବଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁରରେ ମଧ୍ୟ ବର୍ଷା ହୋଇଛି। ତେବେ ୧୭ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୭ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି, କୋରାପୁଟରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସୂଚନାଯୋଗ୍ୟ, ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri