ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୦ା୬: କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇଯାଇଛି। ସମଗ୍ର ରାଜ୍ୟବାସୀ ପ୍ରଚଣ୍ଡ ଗରମରେ ଛଟପଟ ହେଉଛନ୍ତି। ଆସନ୍ତା ୨୬ ତାରିଖରୁ ଗ୍ରୀଷ୍ମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ। ଏହି ସମୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ସମଗ୍ର ରାଜ୍ୟରେ ପହଞ୍ଚାଇବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ୨୬ ତାରିଖରୁ ବର୍ଷା ଆରମ୍ଭ ହେବ। ୨୮ରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସି ଆସିବ। ତେବେ ଆସନ୍ତା ୪/୫ ଦିନ ଗରମ ଓ ଗୁଳୁଗୁଳି କଲବଲ କରିବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଚଣ୍ଡ ଗରମ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଉପକୂଳ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri