୬ରେ ହୋଇପାରେ ଲଘୁଚାପ

ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଅନ୍ୟପଟେ ରାଜ୍ୟରେ ଶୁଖିଲା ପାଗ ସାଙ୍ଗକୁ ତାପମାତ୍ରା ବଢ଼ୁଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଭାବିକ ତାପମାତ୍ରା ଠାରୁ ୩ରୁ ୪ ଉପରେ ତାପମାତ୍ରା ରହୁଛି । ଆଗମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବରିବର୍ତ୍ତନ ହେବାର ସମ୍ଭାବନାର ନାହିଁ । ଉପକୂଳ ଓଡ଼ିଶାରେ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ତାପମାତ୍ରା ସ୍ବଭାବିକଠାରୁ କମ ରହିଛି ।

Share