୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ୨୩ ତାରିଖରେ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବ। ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ।

ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ସୂଚନା ମିଳିବ। ବର୍ତ୍ତମାନ ସୁଦ୍ଧା ପାଣିପାଗ ମଡେଲ ଯାହା କହୁଛି ଓଡ଼ିଶା ପ୍ରତି ବାତ୍ୟା ଭୟ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଲଘୁଚାପ ଯୋଗୁ ରାଜ୍ୟରେ ବଡ଼ ବର୍ଷାର ସୂଚନା ମିଳୁଛି। ଯଦି ଲଘୁଚାପ ବାତ୍ୟାରେ ପରିଣତ ହୁଏ, ତେବେ ଉପକୂଳବର୍ତ୍ତୀ ଜିଲାର ଚାଷକୁ ଏହା ଗଭୀର ଭାବେ ପ୍ରଭାବିତ କରିବା ଆଶଙ୍କା ରହିଛି। ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଯାଇଛି। ଆସନ୍ତା ୪/୫ ଦିନ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୧୯ରୁ ୨୧ ତାରିଖ ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri