ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Share