୧୪ରେ ଲଘୁଚାପ

ଭୁବନେଶ୍ୱର ୧୧।୧୧: ଆସନ୍ତା ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share