ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ, ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଏହା ଅଧିକ ତୀବ୍ର ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।

ଏହାର ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବ। ୨୩ ତାରିଖ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ତେବେ ୨୪ ତାରିଖ ସକାଳ ବେଳକୁ ଅବପାତଟି ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଲା ବେଳକୁ ପବନର ବେଗ ୭୦ କିମିରେ ପହଞ୍ଚିଥିବ। ଏଥିସହ ସମ୍ଭାବ୍ୟ ଅବପାତ ପ୍ରଭାବରେ ରାଜ୍ୟରେ ପବନ କିମ୍ବା ପ୍ରବଳ ବର୍ଷା ହେବ ନାହିଁ। ୨୫ ତାରିଖ ଓ ୨୬ ତାରିଖରେ ବାଲେଶ୍ବରରେ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଭଦ୍ରକ ଓ କେନ୍ଦ୍ରାପଡାରେ ସ୍ବଳ୍ପ ବର୍ଷା ହୋଇପାରେ। ଅନ୍ୟ କେଣସି ସ୍ଥାନରେ ବର୍ଷାର ପ୍ରଭାବ ରହିବ ନାହିଁ।

ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡଘଡି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri