ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି।

ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି। ଆଜିଠାରୁ ନୂଆ ମାସ ଆରମ୍ଭ ହେଉଛି। ଦେଶର ଅନେକ ସହରରେ ଆଜି ଦୀପାବଳି ପାଳନ କରାଯାଉଛି। ତେଣୁ ଏହି ମାସର ପ୍ରଥମ ସପ୍ତାହରେ ଛଟ୍‌ ପର୍ବ ପାଳନ କରାଯିବ। ଏହି ମାସରୁ ବିବାହ ଋତୁ ମଧ୍ୟ ଆରମ୍ଭ ହେଉଛି।

ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି।ଇଣ୍ଡିଆନ ଅଏଲ ନଭେମ୍ବର ୧ରୁ ବାଣିଜି୍ୟକ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ୬୨ ଟଙ୍କା ବୃଦ୍ଧି କରିଛନ୍ତି। ଆଜିଠାରୁ ସିଲିଣ୍ଡର ପିଛା ୧୮୦୨ ଟଙ୍କାରେ ବିକ୍ରି ହେବ। ପୂର୍ବରୁ ଏହାର ମୂଲ୍ୟ ୧୭୪୦ ଟଙ୍କା ଥିଲା।

ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା

ଦିଲ୍ଲୀରେ ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୧୭୪୦ରୁ ୧୮୦୨ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି କୋଲକାତାରେ ଗାସ୍‌ ଦର ୧୮୫୦ ଟଙ୍କା ଥିବା ବେଳେ ଏବେ ୧୯୧୧ ଟଙ୍କା ୫୦ ପଇସାକୁ ବୃଦ୍ଧି ପାଇଛି। ମୁମ୍ବାଇରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡରର ନୂତନ ମୂଲ୍ୟ୧୬୯୨ ଟଙ୍କା ୫୦ ପଇସାରୁ ୧୭୫୪ଟଙ୍କା ୫୦ ପଇସାକୁ ବୃଦ୍ଧି ପାଇଛି। ଚେନ୍ନାଇରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ଗ୍ୟାସ୍‌ ବର୍ତ୍ତମାନ ୧୯୬୪ ଟଙ୍କା ୫୦ ପଇସାରେ ବିକ୍ରି ହେବ। ଯାହା ପୂର୍ବରୁ ୧୯୦୩ ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri