ନୂଆଦିଲ୍ଲୀ,୧।୮: ପୁଣି ରୋଷେଇ ଗ୍ୟାସ ମୂଲ୍ୟ ବୃଦ୍ଧି ପାଇଛି। ସରକାରୀ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ମୂଲ୍ୟ ୭୩.୫ ଟଙ୍କା ବୃଦ୍ଧି କରିଛନ୍ତି। ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୫୦୦ ରୁ ୧୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଜୁଲାଇ ମାସରେ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫.୫୦ ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଜାତୀୟ ରାଜଧାନୀ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ମୂଲ୍ୟ ରହିଛି। ୮୩୪.୫୦ ଟଙ୍କା ଥିବାବେଳେ ମୁମ୍ବାଇରେ ଏକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୮୩୪.୫୦ ଟଙ୍କା, କୋଲକାତାରେ ୮୬୧ ଟଙ୍କା ଏବଂ ଚେନ୍ନାଇରେ ସିଲିଣ୍ଡର ପିଛା ୮୫୦.୫୦ଟଙ୍କା ରହିଛି।