Posted inଜାତୀୟ

ବଢିଲା ଏଲପିଜି ସିଲିଣ୍ଡରର ମୂଲ୍ୟ, ଆପଣଙ୍କ ସହରରେ କେତେ ରହିଛି ଦାମ୍‌ ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ପାର୍ବଣ ଋତୁରେ ଲୋକେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଛନ୍ତି। ଏହି ସମୟରେ ଆଉ ଏକ ଝଟକା ଲାଗିଛି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ରୁ ଅଧିକ ବୃଦ୍ଧି ପାଇଛି। ଗ୍ୟାସର ଏହି ମୂଲ୍ୟ ୧୯ କିଲୋଗ୍ରାମ କମର୍ସିଆଲ ସିଲିଣ୍ଡର (ବାଣିଜ୍ୟିକ ଏଲପିଜି ସିଲିଣ୍ଡର ହାର) ପାଇଁ ଏବଂ ଏହାର ପ୍ରଭାବ ଖାଦ୍ୟ ଶିଳ୍ପ ଏବଂ ରେଷ୍ଟୁରାଣ୍ଟ ବ୍ୟବସାୟରେ ବିଶେଷ ଦୃଶ୍ୟମାନ ହେବ, ତେବେ ବାହାରେ ଖାଇବା ପିଇବା ଆପଣଙ୍କ ପାଇଁ ମହଙ୍ଗା ହୋଇପାରେ। ତୈଳ ମାର୍କେଟିଂ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ କେତେ ବୃଦ୍ଧି କରିଛନ୍ତି ତାହା ଜାଣନ୍ତୁ…

ଆଜି ଅର୍ଥାତ୍‌ ନଭେମ୍ବର ୧ରୁ ଦିଲ୍ଲୀରେ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩୩ ଟଙ୍କାକୁ ବୃଦ୍ଧି ପାଇଛି ଏବଂ ଗତ ମାସରେ ଅକ୍ଟୋବର ୧ରେ ଏହା ୧୭୩୧.୫୦ ଟଙ୍କା ଥିଲା। ଆଜିଠାରୁ ଦିଲ୍ଲୀରେ କମର୍ସିଆଲ ଏଲପିଜି ୧୦୧.୫୦ ଟଙ୍କା ମହଙ୍ଗା ହୋଇଛି। କୋଲକାତାରେ ଏଲପିଜି ମୂଲ୍ୟ ୧୦୩.୫୦ ଟଙ୍କା ବୃଦ୍ଧି ପାଇ ୧୯୪୩ ଟଙ୍କାକୁ ଆସିଥିବାବେଳେ ଗତ ମାସରେ ଏହାର ହାର ୧୮୩୯.୫୦ ଟଙ୍କା ଥିଲା। ସେହିପରି ମୁମ୍ବାଇରେ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୭୮୫.୫୦ ଟଙ୍କାରେ ପହଞ୍ଚିଛି। ଅକ୍ଟୋବରରେ ଏହାର ହାର ୧୬୮୪ ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri