Categories: ଫୁରସତ

ମେ‘ ୫ରେ ଚତୁର୍ଗ୍ରହୀ ଯୋଗରେ ଚନ୍ଦ୍ର ଗ୍ରହଣ: ଏସବୁ ରାଶି ଜାତକଙ୍କ ପାଇଁ ଶୁଭଫଳ…

ନୂଆଦିଲ୍ଲୀ,୨୯।୪ : ୨୦୨୩ର ପ୍ରଥମ ଚନ୍ଦ୍ରଗ୍ରହଣ ୫ ମେ‘ରେ ଘଟିବ। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ ହେବ। ଚଳିତ ବର୍ଷ ଦୁଇଟି ଚନ୍ଦ୍ରଗ୍ରହଣ ହେବ। ଗୋଟିଏ ମେ’ ୫ ଏବଂ ଦ୍ୱିତୀୟ ତଥା ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅକ୍ଟୋବରରେ ହେବ। ଏହି ବର୍ଷ ଦୁଇଟି ଚନ୍ଦ୍ରଗ୍ରହଣ ବ୍ୟତୀତ ଆଉ ଗୋଟିଏ ସୂର୍ଯ୍ୟ ପରାଗ ମଧ୍ୟ ହେବ। ପ୍ରଥମ ସୂର୍ଯ୍ୟ ପରାଗ ୨୦ ଏପ୍ରିଲରେ ହୋଇଥିଲା। ଯାହା ଏକ ହାଇବ୍ରିଡ ସୂର୍ଯ୍ୟ ପରାଗ ଥିଲା। ୨୦୨୩ ର ଶେଷ ସୂର୍ଯ୍ୟ ପରାଗ ୧୪ ଅକ୍ଟୋବରରେ ଘଟିବ ।

ମେ’ ୫ ରେ, ଉପଛାୟା ଚନ୍ଦ୍ରଗ୍ରହଣ ରାତି ୮ଟା ୪୪ ରୁ ଆରମ୍ଭ ହୋଇ ମେ’ ୬ ତାରିଖ ଗୋଟାଏ ୧ ରେ ଶେଷ ହେବ। ଚନ୍ଦ୍ରଗ୍ରହଣର ସମୁଦାୟ ଅବଧି ୪ ଘଣ୍ଟା ୧୮ ମିନିଟ ହେବ। ଏହି ମହାଜାଗତିକ ଦୃଶ୍ୟ ଭାରତକୁ ଦୃଶ୍ୟମାନ ହେବ ନାହିଁ। ୟୁରୋପ, ଆଫ୍ରିକା, ଅଷ୍ଟ୍ରେଲିଆ, ଏସିଆ, ପ୍ରଶାନ୍ତ ମହାସାଗରୀୟ, ଆଟଲାଣ୍ଟିକ ଏବଂ ଭାରତ ମହାସାଗରୀୟ ଅଞ୍ଚଳରେ ଏହା ଦୃଶ୍ୟମାନ ହେବ। ସଧାରଣତଃ ତିନୋଟି ପ୍ରକାରର ଚନ୍ଦ୍ରଗ୍ରହଣ ଘଟିଥାଏ। ସେଗୁଡିକ ହେଉଛି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ, ଆଂଶିକ ଚନ୍ଦ୍ରଗ୍ରହଣ ଏବଂ ଉପଛାୟା ଚନ୍ଦ୍ରଗ୍ରହଣ। ପୃଥିବୀ ଚନ୍ଦ୍ର ଏବଂ ସୂର୍ଯ୍ୟ ମଧ୍ୟରେ ଗତି କଲାବେଳେ ସୂର୍ଯ୍ୟଙ୍କ ଆଲୋକକୁ ଅନ୍ଧକାର କରି ଚନ୍ଦ୍ର ପୃଷ୍ଠରେ ଛାଇ ପଡ଼ିଲେ ଉପଛାୟା ଚନ୍ଦ୍ରଗ୍ରହଣ ଘଟିଥାଏ ।
ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଗ୍ରହଣର ବିଶେଷ ଗୁରୁତ୍ୱ ଦିଆଯାଇଛି। ଯାହାର ଶୁଭ ଏବଂ ଅଶୁଭ ପ୍ରଭାବ ୧୨ଟି ରାଶି ଉପରେ ଅନୁଭୁତ ହୋଇଥାଏ। ଏହି ଚନ୍ଦ୍ରଗ୍ରହଣ ତୁଳା ରାଶି ଏବଂ ସ୍ବାତୀ ନକ୍ଷତ୍ରରେ ଘଟୁଛି। ଭୋପାଳ ବାସିନ୍ଦା ଜ୍ୟୋତିଷ ତଥା ବାସ୍ତୁ ପରାମର୍ଶଦାତା ପଣ୍ଡିତ ହିତେନ୍ଦ୍ର କୁମାର ଶର୍ମାଙ୍କ ଅନୁଯାୟୀ, ସୂର୍ଯ୍ୟ, ବୁଧ, ଗୁରୁ ଏବଂ ରାହୁଙ୍କ ଚତୁର୍ଗ୍ରହୀ ଯୋଗରେ ଚନ୍ଦ୍ରଗ୍ରହଣ ଘଟୁଛି। ସୂର୍ଯ୍ୟ ବୃଷ ରାଶିରେ ପ୍ରବେଶ କରିବା ମାତ୍ରେ ଏହି ଯୋଗ ୧୫ ମେ’ରେ ଶେଷ ହେବ । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମେଷ ରାଶି ଜାତକଙ୍କ ପାଇଁ ଚାକିରିରେ ନୂତନ ସୁଯୋଗ ଆଣିବ ଲକ୍ଷ୍ୟ ହାସଲ ହେବା ସହିତ ବ୍ୟବସାୟରେ ଲାଭ ମିଳିବ। ସେହିପରି ସିଂହ ରାଶି ଜାତକଙ୍କ ପାଇଁ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ପରିବାରରେ ସୁଖ ଏବଂ ସମୃଦ୍ଧି ଆଣିବ। ସ୍ଥଗିତ କାର୍ଯ୍ୟ ଶୀଘ୍ର ଶେଷ ହେବ। କିଛି ବଡ ସଫଳତା ହାତରେ ଳାଗିବ। ଧନୁରାଶି ଜାତକଙ୍କ କ୍ୟାରିୟରରେ ଅନେକ ଭଲ ସୁଯୋଗ ମିଳିବାର ସମ୍ଭାବନା ରହିଛି। ଏକରୁ ଅଧିକ ଆୟର ଉତ୍ସ ହେବାକୁ ଯାଉଛି। ଏହା ବ୍ୟତୀତ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମୀନ ରାଶି ଜାତକଙ୍କ ପାଇଁ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଅର୍ଥ ସମ୍ବନ୍ଧୀୟ ସମସ୍ୟାର ସମାପ୍ତ କରିବ। କ୍ୟାରିୟର ଏକ ନୂତନ ଦିଗ ମିଳିବ। ପ୍ରିୟ ଲୋକ ଏବଂ ପୁରୁଣା ବନ୍ଧୁମାନଙ୍କୁ ଭେଟିବାର ସୁଯୋଗ ରହିବ। ସ୍ବାତୀ ନକ୍ଷତ୍ରରେ ଜନ୍ମ ଜାତକମାନେ ସତର୍କ ରହିବା ଆବଶ୍ୟକ। ଏହା ବ୍ୟତୀତ ତୁଳା ରାଶିର ଜାତକଙ୍କୁ ମଧ୍ୟ ସତର୍କ ରହିବାକୁ ପଡିବ କାରଣ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଏହି ରାଶିରେ ଘଟୁଛି।

Share