ମା ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଡଙ୍ଗର ଯାତ୍ରା ପାଳିତ

କୋକସରା,୨୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡକୁ ଲାଗି ରହିଛି ସାହାଜଖୋଲ ସଂରକ୍ଷିତ ଜଙ୍ଗଲ । ଏହି ଅଞ୍ଚଳର ଜନଜାତି ଓ ଗ୍ରାମବାସୀ କେଉଁ ଏକ ଆବାହମାନ କାଳରୁ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣୀଙ୍କୁ ପୂଜାକରି ଆସୁଛନ୍ତି । ଦେବୀଙ୍କ ଛତ୍ରଛାୟାରୁ ଗ୍ରାମବାସୀ ମାନେ ସୁସ୍ଥ ହୋଇ ଏହି ଅଞ୍ଚଳରେ ବସବାସ କରୁଥିବା ଯୋଗୁଁ ପ୍ରତିବର୍ଷ ଶ୍ରାବଣ ମାସ ପୂର୍ଣ୍ଣିମା ପରେ ପଡୁଥିବା ମଙ୍ଗଳବାର ଦିନ ଦେବୀ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣୀଙ୍କୁ ପୂଜା କରାଯାଏ ।

ଡଙ୍ଗର ଯାତ୍ରା ନାମରେ ନାମିତ ଏହି ପର୍ବରେ ଗ୍ରାମବାସୀ ମାନେ ମିଳିତ ଭାବେ କାଳିସୀ ଓ ଗ୍ରାମ ପୁଝାରୀଙ୍କ ଗହଣରେ ଗୋତମୁଣ୍ଡା ଗ୍ରାମରୁ ପ୍ରାୟ ୩ କିମି ରାସ୍ତା ଚାଲିଚାଲି କାଳିସୀ ଓ ଲାଠି ଯାତ୍ରାରେ ବାହାରି ଜଙ୍ଗଲ ମଧ୍ୟରେ ଥିବା ଦେବୀଙ୍କ ଆସ୍ଥାନରେ ପହଞ୍ଚି ପୂର୍ବ ନିର୍ଦ୍ଧାରିତ ରିତିନୀତି ଅନୁସାରେ ପୂଜାର୍ଚ୍ଚନା କରିଥାନ୍ତି । ଜଙ୍ଗଲ ପରିବେଶ ମଧ୍ୟରେ ଥିବା ଦେବୀଙ୍କ ମନ୍ଦିରରେ ମାନସିକ ଧାରୀ ଶ୍ରଦ୍ଧାଳୁ ମାନେ ଶୁକ୍ଳ ଭୋଗ ସହ କୁକୁଡ଼ା ବୋଦା ବଳି ଦେଇ ନିଜର ମାନସିକ ପୁରଣ କରନ୍ତି ।

ଜନଶ୍ରୁତି ଅନୁସାରେ ଦଣ୍ଡପାଟ ଅଞ୍ଚଳର ଦେବୀ ଦଣ୍ଡ ପାଟିଆଣୀ ଏଠାରେ ପ୍ରଥମେ ପୂଜା ପାଉଥିବା ବେଳେ ଏହି ଡଙ୍ଗର ଯାତ୍ରା ପରେ ଦଣ୍ଡପାଟ ଅଞ୍ଚଳର ଲୋକମାନେ ନୂଆଖାଇ ପର୍ବ ପାଇଁ ପ୍ରସ୍ତୁତି ଆରମ୍ଭ କରିଥାନ୍ତି । ଏହି ଡଙ୍ଗର ଯାତ୍ରାରେ ଶତାଧିକ ମାନସିକ ଧାରୀମାନେ ମାଙ୍କ ନିକଟରେ ଶୁକ୍ଳ ଭୋଗ ସହ ପାରା, କୁକୁଡା ଓ ବୋଦା ବଳି ଦେଇ ନିଜର ମାନସିକ ପୂରଣ କରୁଥିବା ବେଳେ ପଶୁପକ୍ଷୀଙ୍କ ରକ୍ତରେ ଦେବୀଙ୍କ ପୀଠ ରକ୍ତରଞ୍ଜିତ ହୋଇପଡେ । ପଡୋଶୀ ରାଜ୍ୟ ଛତିଶିଗଡ ବସ୍ତର ଓ ନବରଙ୍ଗପୁର ଜିଲ୍ଲାରୁ ଶତାଧିକ ଶ୍ରଦ୍ଧାଳୁ ଏହି ଯାତ୍ରାକୁ ଆସିଥାନ୍ତି ।

ମଙ୍ଗଳବାର ମା ସର୍ବମଙ୍ଗଳା ଘାଟି ମୁଣ୍ଡିଆଣି ଡଙ୍ଗର ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ତଥାପି ଗ୍ରାମ୍ୟ କମିଟି ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ସଚେତନ କରାଯାଇଛି । ଯାତ୍ରା କମିଟିର ସଭାପତି ହେମନ୍ତ ମାଝୀଙ୍କ ନେତୃତ୍ୱରେ ଗୋତୋମୁଣ୍ଡା ଗ୍ରାମର ଗଣା ମଳୟ ବାଗ, ଶିରା ଦେବିସିଂ ମାଝୀ, ଅଖିଳ ମାଝୀ, ଅମୁଲ୍ୟ ମାଝୀ, ମୁରଲୀ ଅନ୍ତି, ପୂର୍ଣ୍ଣଚନ୍ଦ୍ର ନାଏକ, ଭରତ ପୁଝାରୀ, ରତନ ମାଝୀ, ହିମାଂଚଳ ପୁଝାରି, ବଲରାମ ମାଝୀ, ମୁକୁନ୍ଦ ନାଗେସ, ପାର୍ଥବ ମାଝୀ, ପୂର୍ଣ୍ଣଚନ୍ଦ୍ର ନାଏକ, ନିରଞ୍ଜନ ବାଗ,କୁବେର ହଂସ, ବଲିୟାରସିଂ ମରେଇ, ସରପଞ୍ଚ ପ୍ରତିନିଧି ହିମାଞ୍ଚଳ ପୁଝାରୀ, ପ୍ରମୁଖ ଏହି ଘାଟି ମୁଣ୍ଡିଆଣି ଡଙ୍ଗର ଯାତ୍ରାରେ ଉପସ୍ଥିତ ରହି ସହଯୋଗ କରିଥିଲେ ।

ଦେବୀଙ୍କ ସେବକ ମନୋହର ପୁଝାରୀ, ପୀତାମ୍ବର ପୁଝାରୀ, ବଳି ପୀଠ ପୁଝାରୀ ଗଣନାଥ ପୁଝାରୀ ଦେବୀଙ୍କ ପୂଜାର୍ଚ୍ଚନା କରିଥିଲେ । ଏହି ଅବସରରେ ମାନସିକ ଧାରି ଶ୍ରଦ୍ଧାଳୁ ମାନେ ମାଙ୍କ ପାଖରେ ଶୁକ୍ଲଭୋଗ ସହ ରକ୍ତଭୋଗ ଅର୍ପଣ କରି ନିଜର ମାନସିକ ପୁରଣ କରିଥିଲେ ଓ ମନ୍ଦିର ପରିସରରେ ଥିବା ଜଙ୍ଗଲ ମଧ୍ୟରେ ମା ଙ୍କ ପ୍ରସାଦ ସେବନ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଗୋତୋମୁଣ୍ଡା ଫାଣ୍ଡି ଅଧିକାରୀ ମନୋଜ ନାଏକଙ୍କ ସମେତ ଆଇ ଆର୍ ବି ଜବାନ ମାନେ ମୁତୟନ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri