ଚୈତ୍ର ମଙ୍ଗଳବାର ତୃତୀୟ ପାଳି: ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୧।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚାଲିଛି ଚୈତ୍ର ଯାତ୍ରା। ମଙ୍ଗଳବାର ତୃତୀୟ ପାଳିରେ ମା’ ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗି ରହିଛି।

ରାତିରେ ସୁନ୍ଦର ଆଲୋକ ମାଳାରେ ମା’ଙ୍କ ପୀଠ ଚହଟୁଥିବା ବେଳେ ସକାଳେ ସୁନ୍ଦର ଫୁଲରେ ସଜେଇ ହୋଇ ମା’ଙ୍କ ମନ୍ଦିର ବେଶ୍‌ ଆକର୍ଷଣୀୟ ଦେଖାଯାଉଛି। ତୃତୀୟ ପାଳିରେ ନୀତି ନିର୍ଦ୍ଦଣ୍ଟ ଅନୁସାରେ ରାତି ସାଢେ ୧୨ରୁ ମନ୍ଦିର ଦ୍ୱାର ଫିଟା ଯାଇଥିଲା। ପରେ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ସାଢେ ୩ଟାରେ ସାହାଣ ମେଲା ହୋଇ ମା’ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।

ଏହା ସହ ପୀଠରେ ରାତି ଗୋଟାଏରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ବହୁ ଦୂରଦୂରାନ୍ତରୁ ଭକ୍ତମାନେ ଆସି ନିଜ ଶିଶୁଙ୍କ ମୁଣ୍ଡନ କରାଇଛନ୍ତି। ପରେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଚୈତ୍ର ଯାତ୍ରାରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ପ୍ରକାରର ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ଭକ୍ତଙ୍କ ଅତୁଟ ବିଶ୍ବାସ ରହିଛି। ଏହି ବିଶ୍ବାସକୁ ଆଧାର କରି ଦୀର୍ଘ ବର୍ଷ ଧରି ମା’ଙ୍କ ଚୈତ୍ର ଯାତ୍ରା ପାଳନ ହୋଇଆସୁଛି।

ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହଶେଷ ହେବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍‌ର ବ୍ୟବସ୍ଥା ସହ ପାହାଡ଼ ଉପରକୁ ଯାଇ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ସିଟି ବସ୍‌ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁଙ୍କ ଯେଭଳି କୌଣସି ଅସୁବିଧା ନ ହୁଏ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଏପରି କି ମା’ଙ୍କ ପୂଜା ଦେଖିବାକୁ ବିଭିନ୍ନ ସ୍ଥାନରେ ଏଲଇଡିର ବ୍ୟବସ୍ଥା କରାଯାଇଛି। ତୃତୀୟ ପାଳିରେ ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ପିଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି।

ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଆଇଆଇସି ରାଜେଶ କୁମାର ନାୟକ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କଲ ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ବିଡିଓ ଶରତ କୁମାର ପାତ୍ର, ତହସିଲଦାର ତଥା ଏନ୍‌ଏସି ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନ୍‌ସେନା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ସହ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ମା’ ପୂଜାର୍ଚ୍ଚନା କରୁଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ସାଦାପୋଷାକରେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image