ମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୭।୩ (ସିମାଞ୍ଚଳ ମିଶ୍ର) : ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏଥିନେଇ ଜିଲାପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଛି। ଚଳିତ ବର୍ଷ ୪ଟି ମଙ୍ଗଳବାର ପାଳି ପଡୁଥିବାରୁ କିପରି ମା’ଙ୍କ ଯାତ୍ରା ସୁଚାରୁ ରୂପେ ହେବ ସେନେଇ ସେବାୟତସଂଘ ସଭାପତି ତପନରଣା ନିର୍ଦେଶ ଦେଇଛନ୍ତି । ଏହାସହ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାବେଳେ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଚଣ୍ଡ ଖରାଦାଉରୁ କିପରି ଭକ୍ତଙ୍କୁସୁରକ୍ଷା ଦିଆଯିବ ସେଥିନେଇ ନରସଂହପୁର ଛକଠାରୁ ମନ୍ଦିର ପର୍ଯ୍ୟନ୍ତ ଛାଇର ବ୍ୟବସ୍ଥା କରିବା, ଶିଶୁଙ୍କ ମୁଣ୍ଡନଲାଗି ୪ ଗୋଟି ମୁଣ୍ଡନ ଶାଳାର ନିର୍ମାଣ, ଭକ୍ତଙ୍କ ଖାଇବାଲାଗି ମାଗଣାରେ ଅନ୍ନପ୍ରସାଦର ବ୍ୟବସ୍ଥାକରାଯାଇଛି।

ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ ଲାଗି ଦୁଇଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି,୧୦ ଜଣ ଇନ୍ସପେକ୍ଟର,୧୦୦ରୁ ଉର୍ଦ୍ଧ୍ୱ ଏସଆଇଙ୍କ ସମେତ କନଷ୍ଟେବଲ,ହୋମଗାର୍ଡ ଓ ୧୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ ଚୋରି ଡକାୟତି ରୋକିବା ଲାଗି ମନ୍ଦିର ଭିତରେ ଓ ବାହାରେ ସାଧାପୋଷାକଧାରୀ ପୋଲିସ ମୁତୟନ ରହିଛନ୍ତି। ଏହାସହ ରୁଷିକୂଲ୍ୟା ନଦୀ ଘାଟରେ ଓ ଯାତ୍ରାସ୍ଥଳରେ ଅଗ୍ନିଶମ ବାହିନୀ ମୁତୟନ ରହିଛନ୍ତ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସପି ଶୁଭେନ୍ଦୁ ପାତ୍ର ଆସି ତଦାରଖ କରିବାରେ ଲାଗିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି...

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image