ପୁରୁଣା ଲୁକ୍‌କୁ ‘ରି-କ୍ରିଏଟ୍‌’ କଲେ ମାଧୁରୀ

ମୁମ୍ବାଇ: ଏବେ ମଧ୍ୟ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ ଅନେକ ପ୍ରଶଂସକ ରହିଛନ୍ତି, ଯେଉଁମାନେ ତାଙ୍କର ଗୋଟିଏ ଝଲକ୍‌ ପାଇବା ପାଇଁ ଅନାଇ ବସିଥାନ୍ତି। ନିକଟରେ ମାଧୁରୀ ଏକ ହିଟ ଚଳଚ୍ଚିତ୍ରରେ ତାଙ୍କର ଲୁକ୍‌କୁ ପୁଣି ‘ରି-କ୍ରିଏଟ୍‌’ କରିଛନ୍ତି, ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ ଅଛନ୍ତି । ୧୯୯୪ ମସିହାରେ ରିଲିଜ୍‌ ହୋଇଥିବା ବଲିଉଡ୍‌ ଫିଲ୍ମ ‘ହମ୍‌ ଆପ୍‌କେ ହେଁ କୌନ୍‌’ ବକ୍ସ ଅଫିସରେ ସୁପର୍‌ହିଟ୍‌ ହୋଇଥିଲା। ଏହି ଚଳଚ୍ଚିତ୍ରରେ ‘ନିଶା’ ଚରିତ୍ରରେ ମାଧୁରୀ ନଜର ଆସିଥିଲେ। ଚଳଚ୍ଚିତ୍ରରେ ଅଭିନେତା ସଲମାନ୍‌ ଖାନ୍‌ଙ୍କ ସହ ମାଧୁରୀଙ୍କ ଯୋଡ଼ିକୁ ଦର୍ଶକ ଭରପୂର୍‌ ପସନ୍ଦ କରିଥିଲେ।
ରିଲିଜ୍‌ ହେବାର ୩୦ ବର୍ଷ ପରେ ପୁଣି ଏହି ଫିଲ୍ମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏହି ଚଳଚ୍ଚିତ୍ରର ‘ଦିଦି ତେରା ଦେୱର୍‌ ଦିୱାନା’ ଗୀତ ବେଶ୍‌ ଲୋକପ୍ରିୟ ହୋଇଥିଲା। ଗୀତରେ ମାଧୁରୀ ଏକ ବାଇଗଣୀ ରଙ୍ଗର ସାଢ଼ୀ ପିନ୍ଧିଥିବାବେଳେ ଦୀର୍ଘ ବର୍ଷ ପରେ ପୁଣି ସେ ନିଜର ଏହି ଲୁକ୍‌କୁ ‘ରି କ୍ରିଏଟ’ କରି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଛନ୍ତି। ନୂଆ ଲୁକ୍‌ରେ ମାଧୁରୀ ବାଇଗଣୀ ରଙ୍ଗର ଶାଢ଼ି ସହ ମ୍ୟାଚିଙ୍ଗ୍‌ ଚୁଡ଼ି ପିନ୍ଧି ଏକ ଶୋ’ର ସେଟ୍‌ ମଧ୍ୟକୁ ପ୍ରବେଶ କରୁଥିବା ନଜର ଆସୁଛନ୍ତି। ୩୦ ବର୍ଷ ତଳର ‘ନିଶା’ ଚରିତ୍ର ପରି ଆଜି ମଧ୍ୟ ମାଧୁରୀ ଏହି ଲୁକ୍‌ରେ ସମାନ ପରିମାଣରେ ସୁନ୍ଦର ଦେଖାଯାଉଥିବା କହି ଅନେକ ପ୍ରଶଂସକ ଏହି ଭିଡିଓରେ କମେଣ୍ଟ କରିଛନ୍ତି। ମାଧୁରୀଙ୍କ ଏହି ଭିଡିଓ ଏବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ...

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍‌, ପାକ୍‌ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍‌!

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ...

ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି।...

ସୁନ୍ଦର କରିବ କିସ୍‌ମିସ୍‌

ଡ୍ରାଏଫ୍ରୁଟ୍‌ଭାବେ କିସ୍‌ମିସ୍‌ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…....

Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର

ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି...

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର।...

Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image