Posted inଫୁରସତ

ହଷ୍ଟେଲରେ ପଶି ଝିଅମାନଙ୍କୁ ହଇରାଣ କରୁଥିଲେ ଏହି ଯୁବକ, ଆଉ ତା’ ପରେ…

ଝିଅମାନଙ୍କ ହଷ୍ଟେଲରେ ପଶି ଜଣେ ଯୁବକ ସେମାନଙ୍କୁ ନାନା ହଇରାଣ କରୁଥିଲେ। ଏପରିକି ଏକାକୀ ରହୁଥିବା ଝିଅ ଏବଂ ମହିଳାମାନଙ୍କୁ ଟାର୍ଗେଟ୍‌ କରି ତାଙ୍କ ଘରେ ପଶୁଥିଲେ। ପରେ ସୋମାନଙ୍କ ଅନ୍ତବସ୍ତ୍ର ଚୋରି କରି ଗୋଟିଏ ଜାଗାରେ ଏକାଠି କରି ବ୍ଲେଡ୍‌ରେ କାଟି ପକାଉଥିଲେ।
ଏହି ଯୁବକ ଜଣଙ୍କ ଏତେ ଚାଲାକ ଥିଲେ ଯେ, କୌଶଳ କରି ଘରେ ପଶୁଥିଲେ ମଧ୍ୟ କେହି ଜାଣି ପାରୁ ନ ଥିଲେ। ଏମିତି ଘଟଣା ଉକ୍ତ ଅଞ୍ଚଳରେ ସବୁଦିନ ଘଟୁଥିଲେ ମଧ୍ୟ କିଏ ଏଭଳି କାମ କରୁଛି କେହି ଜାଣି ପାରୁ ନ ଥିଲେ। ପରେ ଏ ନେଇ ଥାନାରେ ଅଭିଯୋଗ ହୋଇଥିଲା।
ବିଜୟନଗର ପୋଲିସର ସୂଚନାନୁସାରେ, ପ୍ରାୟ ମାସେ ହେବ ଏଭଳି ଅଭିଯୋଗ କ୍ରମାଗତ ଭାବେ ଆସୁଥିଲା। ଅଭିଯୁକ୍ତ ଶୀତଲନଗର, ସୁମନ ନଗର, ସ୍ବର୍ଣ୍ଣବାଗ କଲୋନୀ ଏବଂ ଅନ୍ୟାନ୍ୟ ସ୍ଥାନରେ ଏପରି କାର୍ଯ୍ୟ କରି ଚାଲୁଥିଲେ।
ପୋଲିସ କହିଛି, ଏହି ଯୁବକ ଜଣଙ୍କ ମାନସିକ ବିକୃତିର ଶିକାର ହୋଇଥାଇପାରନ୍ତି। ଅନ୍ୟପକ୍ଷରେ ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ୧୯ଟି ମାମଲା ରୁଜୁ ହେବା ପରେ ଆଉ ଦୁଇଜଣ ଝିଅ ଠିକ୍‌ ସମାନ ଅଭିଯୋଗ କରିଥିଲେ। ଏହା ପରେ ପୋଲିସ ତନାଘନା ଆରମ୍ଭ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri