Categories: ଜାତୀୟ

ଆଜି ଆସିବ ୪ ରାଜ୍ୟର ନିର୍ବାଚନ ଫଳାଫଳ: କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଏବଂ ତେଲଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ରବିବାର ଆସିବ। ଏନେଇ ସକାଳ ୮ଟାରୁ ଭୋଟଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟଗଣନା ହେଉଛି। ଏହି ୪ ରାଜ୍ୟର ଫଳାଫଳ ୨୦୨୪ ସାଧାରଣ ନିର୍ବାଚନରେ ଦେଶବାସୀଙ୍କ ମନୋଭାବକୁ ସ୍ପଷ୍ଟ କରିବ ବୋଲି କୁହାଯାଉଛି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।

Share