ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…

ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ ସୁନା ଓ ୨୩୯୨ ଗ୍ରାମ ରୁପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ବିଭିନ୍ନ ପ୍ରକାର ୩୩ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଛି। ଏଥିରେ ଇଂଲଣ୍ଡର ୨୦ ପାଉଣ୍ଡ ନୋଟ୍‌ ୨୦ଟି, ୧୦ ପାଉଣ୍ଡ ନୋଟ୍‌ ୧୦ଟି, କାନାଡାର ୫ କାନାଡିଆନ ଡଲାର ୧ଟି, ଆମେରିକାର ୨୦ ଡଲାର ନୋଟ୍‌ ୧ଟି ଏଂ ଥାଇଲାଣ୍ଡର ୧୦୦ ଥାଇଓ୍ବା ନୋଟ୍‌ ରହିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ବିଦେଶୀ ଟଙ୍କା ହୁଣ୍ଡିରେ ଦାନ କରିଥିବା ଅନୁମାନ କରାଯାଉଛି। ବୁଧବାର ସକାଳ ୯ଟାରେ ମାଜିଷ୍ଟ୍ରେଟ୍‌ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଦୀର୍ଘ ୧୦ ଘଣ୍ଟା ଧରି ଗଣତି ଚାଲିଥିଲା। ଏହା ପୂର୍ବରୁ ଚୈତ୍ର ଯାତ୍ରା ପୂର୍ବରୁ ଗତ ମାର୍ଚ୍ଚ ୧୮ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୮୯ ଲକ୍ଷ ୭୨ ହଜାର ୨୨୫ ଟଙ୍କା ସହିତ ୬୨ ଗ୍ରାମ ସୁନା ଓ ୨୩୦୦ ଗ୍ରାମ ରୁପା ବାହାରିଥିଲା।

Share