କୋଣାର୍କ,୨୮।୧(ଡି.ଏନ.ଏ.): ଆଜି ପବିତ୍ର ମାଘ ସପ୍ତମୀ। ଭୋର୍ରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି।
ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ କୁଡ଼ିଆ ତିଆରି କରି ବିଶ୍ରାମ ନେଇଥିଲେ।