Advertisement

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି ମୋଟ୍‌ ୧୦୯ଟି ପ୍ଲଟ୍‌କୁ ବେଆଇନ ଭାବେ ହାତେଇବା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।
ଏସବୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ପ୍ରଶାସକ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ଅନୁରୋଧ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share