ମିଳିଲାନି ମହାପ୍ରୟାଣ ଗାଡି: ମୃତଦେହକୁ ବୋହି ୮କିଲୋମିଟର ଚାଲିଲେ ପରିବାର ଲୋକେ

ଚନ୍ଦାହାଣ୍ଡି,୨୪।୧୦ (ଦିଲୀପ ଦାସ )ଦୀର୍ଘ ୮ କିଲୋମିଟର ମୃତଦେହକୁ କାନ୍ଧରେ ବୋହି ନେଲେ ପରିବାର ଲୋକେ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଳକ ସରଧାପୁର ଗାଁରେ । ମଙ୍ଗଳବାର ସକାଳେ ସରଧାପୁର ଗାଁର ଅର୍ଜୁନ ମାଝୀଙ୍କ ସ୍ତ୍ରୀ ଦେମତି ମାଝୀ ଅସୁସ୍ଥ ହୋଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ୯ଘଣ୍ଟା ସମୟରେ ତାଙ୍କର ମୃତ୍ୟୁ ହେବା ପରେ ପରିବାର ଲୋକେ ମହାପ୍ରୟାଣ ଗାଡିକୁ ଯୋଗାଯୋଗ କରିଥିଲେ। ଦୀର୍ଘ ୩ ଘଣ୍ଟା ପରେ ମଧ୍ୟ କୌଣସି ଗାଡ଼ି ଆସି ନ ଥିବାବେଳେ ଶେଷରେ ବାଧ୍ୟ ହୋଇ ପରିବାର ଲୋକେ ମୃତଦେହକୁ କାନ୍ଧରେ ବୋହି ଦୀର୍ଘ ୮ କିଲୋମିଟର ଦୂର ସରଧାପୁର ଗାଁକୁ ନେଇଥିଲେ।
ଏ ସମ୍ପର୍କ ରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ସନ୍ଦୀପ ଶତପଥୀଙ୍କୁ ପଚାରିବାରୁ ଏଠାରେ ଥିବା ଆମ୍ବୁଲାନ୍ସ ସବୁ ଖରାପ ହୋଇଛି। ମହାପ୍ରୟାଣ ଗାଡି ନାହିଁ, କାହାର ମୃତ୍ୟୁ ହେଲେ ଉମରକୋଟରୁ ଗାଡି ମଗାଯାଏ ବୋଲି ସେ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

ଅମରଙ୍କ ପରେ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡାଇ, ନବୀନଙ୍କୁ ଟାର୍ଗେଟ କରି କହିଦେଲେ ଏତେ ବଡ଼କଥା!

ଭୁବନେଶ୍ୱର,୧୮।୧୦: ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜିତ ହୋଇଛି ବିଜେଡି। ଓଡ଼ିଶାରୁ ବିଜେଡି କ୍ଷମତାଚ୍ୟୁତ ହେବା ପରେ ଏବେ ଅନ୍ତ କନ୍ଦଳ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ...

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮ା୧୦(ଅଜିତ୍‌ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri