ତ୍ରିଶୂଳିଆରେ ମହାଦେବ ଗ୍ରୀନ୍‌ସ

ଭୁବନେଶ୍ୱର,୧୯।୯: ମହାଦେବ ଗୃହ ନିର୍ମାଣ ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ନୂତନ ପ୍ରକଳ୍ପ ‘ମହାଦେବ ଗ୍ରୀନ୍‌ସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଉକ୍ତ ପ୍ରକଳ୍ପ ଭୁବନେଶ୍ୱର-କଟକ ମଧ୍ୟଭାଗ ତ୍ରିଶୂଳିଆ ଆବାସିକ ଅଞ୍ଚଳରେ ନିର୍ମିତ ହେଉଥିବା ଏହି ନୂତନ ପ୍ରକଳ୍ପ ୨.୮ ଏକର ପରିବ୍ୟାପ୍ତ ଜମିରେ ଅତ୍ୟାଧୁନିକ ସୁବିଧା, ଡିଜାଇନ ଓ ପ୍ରାକୃତିକ ଶାନ୍ତିର ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ମିଶ୍ରଣ ପ୍ରଦାନ କରୁଛି। ସେହିଭଳି ଉକ୍ତ ପ୍ରକଳ୍ପରେ ୨୫୭ ଟି ୨ବିଏଚ୍‌କେ, ୩ବିଏଚ୍‌କେ, ୩.୫ବିଏଚ୍‌କେ ଏବଂ ୪.୫ବିଏଚ୍‌କେ ଫ୍ଲାଟ୍‌ ରହିଛି, ଯାହାର ପ୍ରାରମ୍ଭିକ ମୂଲ୍ୟ ୬୦.୭୫ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି। ଏପରିକି ଚଳିତ ମାସରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହେଉଥିବା ବେଳେ ୨୦୨୭ ଜୁନ୍‌ରେ ଆଶାୟୀ ଗ୍ରାହକଙ୍କୁ ସେମାନଙ୍କର ଡେଲିଭରି କରିବାର ଯୋଜନା ରହିଥିବା କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି। ଏ ସମ୍ପର୍କରେ ମହାଦେବ ଗୃହ ନିର୍ମାଣର ନିର୍ଦ୍ଦେଶକ ସୁନୀଲ କୁମାର ସରଳିଆ କହିଛନ୍ତି, ତ୍ରିଶୂଳିଆ ଟ୍ବିନ୍‌ ସିଟିର ପରବର୍ତ୍ତୀ ଆବାସିକ କେନ୍ଦ୍ର ଭାବେ ଉଭା ହୋଇଛି। ଆମେ ଏହି ପରିବର୍ତ୍ତନର ଅଂଶ ହେବାକୁ ଉତ୍ସାହିତ ରହିଛୁ। ବିଶେଷ କରି ଉକ୍ତ ଆପାର୍ଟମେଣ୍ଟର ସୌନ୍ଦର୍ଯ୍ୟ ଏବଂ ପରିବେଶ ବେଶ୍‌ ନିଆରା ଏବଂ ଅନ୍ୟ ଗୃହ ନିର୍ମାଣ ସଂସ୍ଥାର ପରିବେଶଠାରୁ ସମ୍ପୂର୍ଣ୍ଣ ଭିନ୍ନ ବୋଲି ସେ ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି। ଉକ୍ତ ପ୍ରକଳ୍ପରେ ଅଗ୍ନିନିର୍ବାପକ ବ୍ୟବସ୍ଥା, ୨୪ ଘଣ୍ଟିଆ ସିସିଟିଭି ନିରୀକ୍ଷଣ, ଇଣ୍ଟରକମ୍‌ ସୁବିଧା, ପର୍ଯ୍ୟଟକ ଓ ଆମ୍ବୁଲାନ୍ସ ପାର୍କିଂ, ବର୍ଷା ଜଳ ସଂରକ୍ଷଣ ଏବଂ କମନ୍‌ ଏରିଆ ପାଇଁ ଶତପ୍ରତିଶତ ପାୱାର ବ୍ୟାକ୍‌ଅପ୍‌ ଭଳି ସୁବିଧା ସୁଯୋଗ ଓ ସ୍ଥାୟିତ୍ୱ ଉପରେ ଗୁରୁତ୍ୱାରୋପ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ସେପ୍ଟେମ୍ବର ୧୯ରୁ ମହାଦେବ ଗ୍ରୀନ୍‌ସ ପାଇଁ ବୁକିଂ ଆରମ୍ଭ ହେଉଥିବା ବେଳେ ପ୍ରକଳ୍ପର ସମସ୍ତ ସୂଚନା ଉଭୟ କାର୍ଯ୍ୟାଳୟ ଓ ପ୍ରକଳ୍ପ ସ୍ଥଳରେ ମଧ୍ୟ ଆଶାୟୀ ଗ୍ରାହକଙ୍କୁ ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri