ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ଲୋକ ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।