ରାତି ୧୦ରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ।

ଏଥିସହିତ ମନ୍ଦିର ଭିତରେ କୋଭିଡ୍‌ କଟକଣା ଭିତରେ ଭକ୍ତମାନେ ଦୀପ ଜାଳିପାରିବେ। ମନ୍ଦିରର ଗର୍ଭଗୃହ ଭିତରକୁ ଭକ୍ତମାନେ ଯାଇ ପାରିବେ ନାହିଁ। ଆଡ଼କାଠ ପାଖରୁ ପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ଏଥର ମନ୍ଦିର ବାହାରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରାଯିବ। ଗହଳି ହଟାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ।

ଶିବରାତ୍ରି ଦିନ ୩ ଟାରୁ ୩.୩୦ ପର୍ଯ୍ୟନ୍ତ ଅବକାଶ ନୀତି ଅନୁଷ୍ଠିତ ହେବା ସହ ସକାଳ ୫ଟା ପର୍ଯ୍ୟନ୍ତ ସେବାୟତଙ୍କ ପରିବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ। ୫ଟା ପରଠାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିବ।

Share