ପହଣ୍ଡି ଅଘଟଣ ନେଇ ଗଜପତି ମହାରାଜ କହିଲେ ଏହି ବଡ଼ କାରଣ…

ପୁରୀ,୧୦ା୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଗଜପତି କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି, ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।

ଆଗାମୀ ଦିନରେ ଏହାର ପୁନରାବୃତ୍ତି ନ ହେବାକୁ ସେବାୟତ ଯତ୍ନ ନେବେ। ପହଣ୍ଡି ସମୟରେ ଓ ରଥ ଉପରେ ଅଧିକ ସେବାୟତ ରହୁଛନ୍ତି। ନୀଳାଦ୍ରି ବିଜେ ପରେ ଏନେଇ ବିସ୍ତୃତ ଭାବେ ଆଲୋଚନା ହେବ। ପରିଚାଳନା କମିଟି ବୈଠକରେ ଏନେଇ ବିଶେଷ ଆଲୋଚନା ହେବ। ଆଗାମୀ ରଥଯାତ୍ରାରେ ଯେମିତି ଏଭଳି ନ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି ଗଜପତି ମହାରାଜା କହିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀବିଗ୍ରହମାନଙ୍କ ମଙ୍ଗଳବାର ସନ୍ଧ୍ୟାରେ ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ରଥ ଉପରେ ଏକ ବଡ଼ଧରଣର ଅଘଟଣ ଘଟିଥିଲା। ବଡ଼ଠାକୁର ବଳଭଦ୍ରଙ୍କୁ ରଥରୁ ପହଣ୍ଡି କରି ଅଣାଯାଉଥିବା ବେଳେ ଚାରମାଳ ଉପରେ ସେବାୟତମାନେ ପକାଇ ଦେଇଥିଲେ। ଏଥିରେ କିଛି ସେବାୟତ ମଧ୍ୟ ଆହତ ହୋଇଥିଲେ। କିଛି ସମୟ ପରେ ଠାକୁରଙ୍କୁ ଉଠାଯାଇ ପୁଣ ପହଣ୍ଡି କରି ଜନ୍ମବେଦୀ ବା ଆଡ଼ପମଣ୍ଡପକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri