ମହାବୀରଙ୍କ ସୁନା ଆଖି ତାଡ଼ିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୨୩ା୧୨(ଡି.ଏନ୍‌.ଏ.): ଶ୍ରଦ୍ଧା ଭକ୍ତିରେ ବଦାନ୍ୟ ଲୋକେ ଠାକୁରଙ୍କୁ ସୁନାରୁପା ଗହଣା ଓ ଟଙ୍କା ଦାନ କରୁଛନ୍ତି। ସେପଟେ ଲୁଟେରାମାନେ ଠାକୁରଙ୍କୁ ଲୁଟିବାକୁ ପଛାଉନାହାନ୍ତି। ପୁରୀ- ଶରଣକୁଳ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ସତ୍ୟବାଦୀ ଥାନା ଆଳିଶ ପଞ୍ଚାୟତରେ ଥିବା ମହାବୀର ମନ୍ଦିରରେ ବୁଧବାର ରାତିରେ ଚୋରି ହୋଇଛି। ମହାବୀରଙ୍କ ଆଖିରେ ଲାଗିଥିବା ସୁନାର ଆଖି ଦୁର୍ବୃତ୍ତମାନେ ତାଡ଼ି ନେଇଛନ୍ତି। ଠାକୁରଙ୍କର ୫ କେଜି ଓଜନର ରୁପା କୀରଟି, ଗଦା, କଙ୍କଣ ଲୁଟି ନେଇଥିବା ବେଳେ ହୁଣ୍ଡି ଭାଙ୍ଗି ୩ ଲକ୍ଷରୁ ଅଧିକ ଦାନ ଅର୍ଥରାଶି ନେଇଯାଇଛନ୍ତି। ମନ୍ଦିର ତାଲାଭାଙ୍ଗି ଭିତରକୁ ପଶି ଦୁର୍ବୃତ୍ତମାନେ ଚୋରି କରିଥିବା ସକାଳୁ ପୂଜକ ଆସିବା ପରେ ଦେଖିଲେ। ଅଭିଯୋଗ କ୍ରମେ ସତ୍ୟବାଦୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଠାକୁରଙ୍କ ମନ୍ଦିରରୁ ଏଭଳି ଲୁଟ୍‌କୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଠାକୁରଙ୍କ ମନ୍ଦିରରୁ ପୂର୍ବରୁ ଚୋରି ହୋଇଥିଲେ ମଧ୍ୟ ଠାକୁରଙ୍କ ଆଖି ତାଡ଼ି ନେବା ଘଟଣା ସ୍ଥାନୀୟ ଲୋକମାନଙ୍କ ମନରେ ଗଭୀର ଆଘାତ ଦେଇଛି। ଏନେଇ ଗ୍ରାମବାସୀ ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri