ମହିମା ପୀଠ କାୟାକଳ୍ପ ବଦଳିବ

ଭୁବନେଶ୍ୱର/ଢେଙ୍କାନାଳ, ୧୬।୬(ଅନିଲ ଦାସ/ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଯୋରନ୍ଦାସ୍ଥିତ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠର କାୟାକଳ୍ପ ସମ୍ପୂର୍ଣ୍ଣ ବଦଳିବ। ଏହାର ଉନ୍ନତୀକରଣ ସମ୍ପର୍କିତ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଗତ ମେ’ ୨୯ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଯୋରନ୍ଦା ପରିଦର୍ଶନ କରି ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସାଧୁସନ୍ଥ, ଶ୍ରଦ୍ଧାଳୁଙ୍କ ସହ ଆଲୋଚନା କରିଥିଲେ। ୧୫ଦିନ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ସରୋଜ କୁମାର ସେଠୀ ଏ ସଂକ୍ରାନ୍ତ ସବିଶେଷ ପ୍ରସ୍ତାବ ଉପସ୍ଥାପନ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ତ୍ୱରିତ ଅନୁମୋଦନ ମିଳିଛି।
ଜିଲାପାଳଙ୍କ ପ୍ରସ୍ତାବରେ ସମାଧି ମନ୍ଦିର ପୁନଃନିର୍ମାଣ, କୌପୀନଧାରୀ ମହିମା ଧର୍ମ ଉପାସନାସ୍ଥଳୀ ପୁନଃନିର୍ମାଣ, ପ୍ରାର୍ଥନା ଗୃହ, ପାଚେରି, ପୁଷ୍କରିଣୀ ପୁନରୁଦ୍ଧାର, ବସ୍‌ଷ୍ଟାଣ୍ଡ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ତିଆରି କରାଯିବ। ଆଭ୍ୟନ୍ତରୀଣ ସଡ଼କ ତିଆରି ସହ ପୀଠ ପରିସର ସମ୍ପୂର୍ଣ୍ଣ ଆଲୋକୀକରଣ ହେବ। ଯୋରନ୍ଦା ଜଗନ୍ନାଥ ମନ୍ଦିରଠାରୁ ସ୍କୁଲ ପଡ଼ିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ବପଟ ବଡ଼ ପୋଖରୀର ପୁନରୁଦ୍ଧାର ହେବ। ଚୟନ କରାଯାଇଥିବା ସ୍ଥାନରେ ୨୦୦ ତାଳଗଛ ଓ ୨୦୦ ବରଗଛ ଲଗାଯିବ। ସାମୂହିକ ପ୍ରାର୍ଥନାସ୍ଥଳୀ ସହ ସ୍ନାନ, ଶୌଚ କାର୍ଯ୍ୟ ପାଇଁ ୨୦୦ ପାଇଖାନା ବ୍ୟବସ୍ଥା ହେବ। ମହିମାଗାଦିକୁ ରାଜ୍ୟର ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ସରକାର ପକ୍ଷରୁ କୁହାଯାଇଛି।

କପିଳାସ ପୀଠ ରୂପାନ୍ତରଣ ନେଇ ଆଲୋଚନା

ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ତଥା କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ମନ୍ଦିରର ରୂପାନ୍ତରଣ ନିମନ୍ତେ ପଦକ୍ଷେପ ନେବାକୁ ସେବାୟତ, ପୂଜକମାନେ ଗୁରୁବାର ଭୁବନେଶ୍ୱରରେ ୫-ଟି ସଚିବଙ୍କୁ ସାକ୍ଷାତ୍‌ କରି ଆଲୋଚନା କରିଛନ୍ତି। ବିଧାୟକ ସୁଧୀର କୁମାର ସାମଲ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ରୂପା ରୋଶନ ସାହୁ, ଜିଲାପାଳ ସରୋଜ କୁମାର ସେଠୀ, ଦେଓଗଁା ସରପଞ୍ଚ ବିଜୟ କୁମାର ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ। କପିଳାସ ପୀଠର ରୂପାନ୍ତର ପାଇଁ ତୁରନ୍ତ ଆଲୋଚନା କରି ପ୍ରସ୍ତାବ ଦେବା ଲାଗି ୫-ଟି ସଚିବ କହିଛନ୍ତି। ଖୁବ୍‌ଶୀଘ୍ର ଏ ସଂକ୍ରାନ୍ତ ପ୍ରସ୍ତାବ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଏ ନେଇ ବିଧାୟକ ସାମଲ କୁହନ୍ତି ଯେ, କପିଳାସ ପୀଠର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ଆଲୋଚନା ସରିଛି। ପ୍ରସ୍ତାବ ଦିଆଯିବା ପରେ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯିବ। ଢେଙ୍କାନାଳ ସହରରେ ସ୍ବରେଜ ବ୍ୟବସ୍ଥା କରିବାକୁ ଯୋଜନା ରହିଥିବା ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି।...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri