ମହିନ୍ଦ୍ରା ‘ଥାର୍‌ ରକ୍ସ’ର ଅନାବରଣ

ନୂଆଦିଲ୍ଲୀ,୧୭।୮: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ (ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଏସ୍‌ୟୁଭି ‘ମହିନ୍ଦ୍ରା ଥାର୍‌ ରକ୍ସ’ର ଓ୍ବାର୍ଲଡ ପ୍ରିମିୟର ସହ ଅନାବରଣ ନିକଟରେ ହୋଇଯାଇଛି। ଏପରିକି ‘ମହିନ୍ଦ୍ରା ଥାର୍‌ ରକ୍ସ’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।
ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଏସ୍‌ୟୁଭି ଉତ୍ପାଦକ (ନିର୍ମାତା) ମହିନ୍ଦ୍ରା ତା’ର ଏହି ନୂତନ ଏସ୍‌ୟୁଭି ମହିନ୍ଦ୍ରା ଥାର୍‌ ରକ୍ସ ଜରିଆରେ ଏକ ନୂତନ କ୍ଷମତା ପ୍ରଦର୍ଶନ ସହ ଶିଳ୍ପରେ ମଧ୍ୟ ନୂଆ ମାଇଲଖୁଣ୍ଟ ହାସଲ କରିବାକୁ ଲକ୍ଷ୍ୟ ରଖିଛି।
ସେହିଭଳି ‘ମହିନ୍ଦ୍ରା ଥାର୍‌ ରକ୍ସ’ରେ ୨ଲିଟର ଟର୍ବୋ ପେଟ୍ରୋଲ ଏବଂ ୨.୨ଲିଟର ଡିଜେଲ ଇଞ୍ଜିନର ବିକଳ୍ପ ମଧ୍ୟ ଉପଲବ୍ଧ। ଏପରିକି ୫ସିଟର ବିଶିଷ୍ଠ ଏହି ମଡେଲରେ ୬ଟି ମାନୁଆଲ ଏବଂ ୬ଟି ଅଟୋମେଟିକ୍‌ ଟ୍ରାନ୍ସ ମିଶନ ସୁବିଧା ରହିଛି।
ସେହିପରି ୨୦୨୦ ଅଗଷ୍ଟ ୧୫ରେ ବ୍ରାଣ୍ଡ୍‌ର ଥାର୍‌ ମଡେଲ ବା ମହିନ୍ଦ୍ରା ଥାର୍‌ ବଜାରରେ ପ୍ରବେଶ ସହ ଶିଳ୍ପରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା।
ଏ ସମ୍ପର୍କରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ପ୍ରେସିଡେଣ୍ଟ (ଅଟୋମୋଟିଭ ସେକ୍ଟର) ବିଜୟ ନାକ୍ରା କହିଥିଲେ, ଆମେ ଆମର ନୂତନ ଏସ୍‌ୟୁଭିର ସର୍ବଭାରତୀୟ ଉନ୍ମୋଚନ ସହ ଓ୍ବାର୍ଲଡ ପ୍ରିମିୟର ଅନାବରଣକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ୨୦୨୪ ଅଗଷ୍ଟ ୧୫ରେ ଏହି ମଡେଲର ଆନୁଷ୍ଠାନିକ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣାକରି ଆମେ ଆନନ୍ଦିତ ଥିଲାବେଳେ ଗ୍ରାହକଙ୍କ ଆଗ୍ରହ ଓ ଉଦ୍ଦୀପନା ଆମକୁ ବେଶ୍‌ ଆକର୍ଷିତ କରିଛି ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା

ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି...

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ...

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି)...

ଲାଇଫ୍‌ ଷ୍ଟାଇଲର ଅଲ୍‌ ନ୍ୟୁ କଲେକ୍ସନ

ନୂଆଦିଲ୍ଲୀ,୨୩।୧୦: ଲାଇଫ୍‌ଷ୍ଟାଇଲ୍‌’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।...

୭% ରହିବ ଜିଡିପି ଅଭିବୃଦ୍ଧି ହାର

ଭୁବନେଶ୍ୱର,୨୩ା୧୦(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର(ଜିଡିପି) ଆକଳନକୁ ୭% ସ୍ଥିର ରଖିଛି। ଏହା ଜୁଲାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri