ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ ।
ହାତୀଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ସୋମବାର ବିରିୟାମ ଗ୍ରାମକୁ ଚାଲିଆସିଥିଲା। ତେବେ ରାତିରେ ସେଠାରେ ଥିବା ଏକ ନାଳରେ ହାତୀଟି ପଡିଯାଇଥିଲା ା ବନ ବିଭାଗ କର୍ମଚାରୀମାନେ ମଙ୍ଗଲବାର ଉକ୍ତ ହାତୀଟିକୁ ଉଠାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ହାତୀଟି ଦୁର୍ବଳ ହୋଇଯାଇଥିବାରୁ ସେଠାରୁ ଉଠି ପାରି ନ ଥିଲା । ଦେବଗଡ ବନଖଣ୍ଡ ଅଧିକାରୀ କ୍ଷମା ଷଡଙ୍ଗୀ, ଫରେଷ୍ଟ ରେଞ୍ଜ ଅଫିସର ଦେବଦତ୍ତ ନନ୍ଦ, କଂସର ଫରେଷ୍ଟର ଦାୟିତ୍ୱରେ ଥିବା ତିଲେଇବଣି ଫରେଷ୍ଟର ସୁଧାଂଶୁ ବେହେରା, ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ହାତୀଟିର ଚିକିତ୍ସା କରାଯାଇଥିଲା। ଉକ୍ତ ମାଇ ହାତୀଟିର ବୟସ ୩୦ରୁ ୩୫ ବର୍ଷ ହେବ। ବୟସାଧିକ ଯୋଗୁ ହାତୀଟି ଆବଶ୍ୟକ ପରିମାଣର ଖାଦ୍ୟ ନ ପାରି ଦୁର୍ବଳ ହୋଇପଡିଥିବା ଫରେଷ୍ଟର ବେହେରା ପ୍ରକାଶ କରିଛନ୍ତି । ସେହିପରି ବୁଧବାର ସକାଳ ତିଲେଇବଣି ପ୍ରାଣୀ ଚିକିତ୍ସକ ମିଶ୍ରଙ୍କ ନେତୃତ୍ୱରେ ଏକ ଦଳ ଘଟଣା ସ୍ଥଳକୁ ଯାଇ ହାତୀଟିର ଅଧିକ ଚିକିତ୍ସା କରିବେ ବୋଲି ଜଣାପଡିଛି । ଅନ୍ୟପକ୍ଷରେ ହାତୀଟିର ଉନ୍ନତ ଚିକିତ୍ସା ନିମନ୍ତେ ନାଳରୁ ଜଳ ନିଷ୍କାସନ ପାଇଁ ବନ ବିଭାଗ ଉଦ୍ୟମ ଆରମ୍ଭ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି...

କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି...

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି...

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ...

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM...

ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା...

ଭୋଟବ୍ୟାଙ୍କ ଭାଇରସ୍: ଆମ୍ବେଦକରଙ୍କୁ ଅପମାନିତ କରିବା, ୱାକଫ ଆଇନକୁ ବିରୋଧ ପାଇଁ କଂଗ୍ରେସକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାବି କରିଛନ୍ତି ଯେ କଂଗ୍ରେସ ନୂତନ ଭାବରେ ଗୃହୀତ ୱାକଫ ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ “ଭୋଟବ୍ୟାଙ୍କ...

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image