ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଆଜି ସକାଳ ପୁରୀ ରେଲୱେ ଷ୍ଟେସନରେ ନବନିର୍ମିତ କୋଠାର ଛାତ ପାଇଁ ୬ରୁ ୭ ଜଣ ଶ୍ରମିକ ନିୟୋଜିତ ଥିଲେ। ହଠାତ ଛାତଟି ଭୁଶଡି ପଡିବାରୁ ଶ୍ରମିକମାନେ ତା’ତଳେ ଚାପି ହୋଇ ରହିଯାଇଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ୪ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଅନ୍ୟ ଶ୍ରମିକମାନେ ଚାପି ହୋଇରହିଥିବା ଆଶଙ୍କା କରାଯାଉଛି। ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଜାରି ରହିଛି। ତେବେ କେଉଁ ପରିସ୍ଥିତିରେ ଛାତ ଭୁଶୁ କାରଣ ଜଣାପଡି ନାହିଁ।

Share