ପହଣ୍ଡିବେଳେ ବଡ଼ ଅଘଟଣ: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ,୭।୯: ଆଡ଼ପ ମଣ୍ଡପ ବିଜେ ବେଳେ ଘଟିଯାଇଛି ବଡ଼ ଘଟଣା। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି।

ମୁଖ୍ୟମନ୍ତ୍ରୀ ମୋହନ, ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଉପଯୁକ୍ତ ପଦକ୍ଷେପ ନେବାକୁ ଆଇନ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଏଥିସହ ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଥାଉ କି, ମଙ୍ଗଳବାର ଜନ୍ମବେଦୀକୁ ଆଡପ ବିଜେବେଳେ ପୁରୀରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସି ପଡିଛନ୍ତି ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ, ଏହା ସମ୍ଭବ ହୋଇ ନ ଥିଲା। ରଥ ଉପରୁ ସେବାୟତଙ୍କ ଗୋଡ ଖସିବାରୁ ଏପରି ଅଘଟଣ ଘଟିଛି । ବଡ଼ ଠାକୁର ତଳକୁ ଖସିବାରୁ ତଳେ ଚାପି ହୋଇ ୫ ଜଣ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

Share