Categories: ଜାତୀୟ

ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ ସାଗରରେ ୩.୧ କିଲୋମିଟର ମଧ୍ୟରେ ରହିଥିବାରୁ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେଶନର ରୂପ ନେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ତାମିଲନାଡୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ଘଣ୍ଟାକୁ ୫୦-୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ମତ୍ସଜୀବିମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଯାଇଛି।

Share