ଚାଇନା ଆଗରେ ହାତ ପାତିଲା ମାଳଦ୍ୱୀପ: କହିଲା ଆମର ପର୍ଯ୍ୟଟକ ଦରକାର…

ବେଜିଂ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍ଷାଦ୍ୱୀପ ଗସ୍ତକୁ ନେଇ ବିବାଦ ମଧ୍ୟରେ ମାଲଦ୍ୱୀପ ଚାଇନାରୁ ଅଧିକ ପର୍ଯ୍ୟଟକ ପଠାଇବାକୁ ଅନୁରୋଧ କରିଛି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ତାଙ୍କ ଦେଶକୁ ଯଥାସମ୍ଭବ ପର୍ଯ୍ୟଟକ ପଠାଇବାକୁ ଚେଷ୍ଟା କରିବାକୁ ନିବେଦନ କରିଛନ୍ତି। ଫୁଜିଆନ ପ୍ରଦେଶରେ ଆୟୋଜିତ ମାଳଦ୍ୱୀପ ବ୍ୟବସାୟ ଫୋରମରେ ରାଷ୍ଟ୍ରପତି ମୋଇଜୁ ଏହି କଥା କହିଛନ୍ତି। ସେ କହିଛନ୍ତି କରୋନା ମହାମାରୀ ପୂର୍ବରୁ ଚାଇନା ଆମ ପାଇଁ ସବୁଠୁ ବଡ ବଜାର ଥିଲା। ତେଣୁ ଆମର ଅନୁରୋଧ ହେଉଛି ଚାଇନା ସହିତ ପୂର୍ବ ସ୍ଥିତିକୁ ଫେରିବା ପାଇଁ ଆମେ ପୁଣି ଥରେ ଚେଷ୍ଟା କରିବୁ।

ଏହି ସମୟରେ ମାଳଦ୍ୱୀପରେ ଏକ ସମନ୍ବିତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଦୁଇ ଦେଶ ମଧ୍ୟରେ ୫୦ମିଲିୟନ ଆମେରିକୀୟ ଡଲାରର ଏକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହୋଇଥିଲା। ଭାରତ ସହିତ କୂଟନୈତିକ ତିକ୍ତତା ସମୟରେ ଚାଇନା ଏବଂ ମାଳଦ୍ୱୀପ ମଧ୍ୟରେ ଥିବା ଏହ ବନ୍ଧୁତା ଦେଖିବାକୁ ମିଳିଥିଲା ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଷୟରେ କିଛି ମାଳଦ୍ୱୀପ ମନ୍ତ୍ରୀଙ୍କ ଆପତ୍ତିଜନକ ମନ୍ତବ୍ୟ ପରେ ସୃଷ୍ଟି ହୋଇଥିଲା। ତାଙ୍କ ଅଭିଭାଷଣରେ ମହମ୍ମଦ ମୁଇଜୁ ଚାଇନାକୁ ସମର୍ଥନ କରିଛନ୍ତି। ସେ କହିଛନ୍ତି ମାଳଦ୍ୱୀପର ଅର୍ଥନୀତିକୁ ମଜବୁତ କରିବା ଉପରେ ତାଙ୍କ ସରକାରଙ୍କ ସମ୍ପୂର୍ଣ୍ଣ ଧ୍ୟାନ ରହିଛି। ଏହା ସହିତ ୨୦୧୪ ରେ ଚାଇନା ସହିତ ସ୍ବାକ୍ଷରିତ ହୋଇଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ କାର୍ଯ୍ୟକାରୀ କରିବା ଉପରେ ମଧ୍ୟ ତାଙ୍କର ଧ୍ୟାନ ରହିଛି। ସେ କହିଛନ୍ତି ମୁକ୍ତ ବାଣିଜ୍ୟ ଚୁକ୍ତି ହେଉଛି ଦୁଇ ଦେଶ ମଧ୍ୟରେ ଏକ ଶକ୍ତିଶାଳୀ ବାଣିଜ୍ୟ ସମ୍ପର୍କର ଆଧାର। ମୁକ୍ତ ବାଣିଜ୍ୟ ଚୁକ୍ତିନାମାର ଉଦ୍ଦେଶ୍ୟ ହେଉଛି ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ନିବେଶକୁ ପ୍ରୋତ୍ସାହିତ କରିବା। ବିଶେଷକରି ଚାଇନାକୁ ମାଛ ଉତ୍ପାଦ ରପ୍ତାନି ବୃଦ୍ଧି ହେଉଛି ଏହାର ମୁଖ୍ୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri