ଖରା ଆରମ୍ଭରୁ ମାଲକାନଗିରିରେ ଜଳ କଷ୍ଟ

କୋରୁକୋଣ୍ଡା,୧ା୩(ଶିବଦତ୍ତ ସାହୁ): ଖରା ଆରମ୍ଭରୁ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଛି ଜଳ ସଙ୍କଟ। ଦୀର୍ଘବର୍ଷ ହେଲା ବିଭିନ୍ନ ସ୍ଥାନରେ ଅଚଳ ହୋଇପଡିଛି ସୌର ପ୍ରକଳ୍ପ। ଗଁରେ ଥିବା ୪ ନଳକୂପ ମଧ୍ୟରୁ ୨ ଅଚଳ ହୋଇପଡିଛି। ଅନ୍ୟ ଦୁଇଟି ନଳକୂପର ଉପରେ ଗ୍ରାମବାସୀ ନିର୍ଭରକରି ଚଳୁଛନ୍ତି।

ହେଲେ ନଳକୂପରୁ ଆବଶ୍ୟକ ପାଣି ବାହାରୁ ନ ଥିବାରୁ ଗ୍ରାମବାସୀ ବହୁ ବସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ କନିଙ୍ଗୀ ଗ୍ରାମରେ। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ପ୍ରାୟ ୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଗାଁରେ ଅଚଳ ହୋଇ ପଡିଛି ସୌରାଚାଳିତ ଜଳ ପ୍ରକଳ୍ପ। ଗାଁ ଆଖ ପାଖରେ ପୋଖରୀ, ନଦୀ କିମ୍ବା ନାଳ ନାହିଁ। ଫଳରେ ଗାଁରେ ବାସ କରୁଥିବା ୬୦ରୁ ଊର୍ଦ୍ଧ୍ୱ ପରିବାର ଏବଂ ଗୋରୁ ଓ ଗୃହ ପାଳିତ ପ୍ରାଣୀ ପାଣି ମୁନ୍ଦାଏ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ତେବେ ଏହାର ସ୍ଥାୟୀ ସମାଧାନ ପାଇଁ ଗ୍ରାମବାସୀ ପଞ୍ଚାୟତ କର୍ତ୍ତୃୃପକ୍ଷ, ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଏବଂ ନିର୍ବାଚିତ ଜନ ପ୍ରତିନିଧିଙ୍କ ନିକଟରେ ବହୁବାର ଅଭିଯୋଗ କରିଥିଲେ ବି କେହି ଶୁଣୁ ନ ଥିବା ଗ୍ରାମ ସଭାପତି ରତନ ଗୁଡିଆ, ମେମ୍ବର ବିନ ଗୁଡିଆ, ସୁବାସ ଖରା, ସମରା ଗୁଡିଆ, ରବି ଗଡିଆ, କିଶୋର ଗୁଡିଆ, ସୁରେଶ ଖରା, ଧନ ଗୁଡିଆ ସୁରେନ୍ଦ୍ର ଗୁଡିଆ ଓ ଭୀମ ଗୁଡିଆଙ୍କ ସମେତ ସମସ୍ତ ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଏହି ସମ୍ପର୍କରେ ନାକାମାମୁଡି ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ଗୁରୁଙ୍କୁ ପଚାରିବାରୁ ଉକ୍ତ ପ୍ରକଳ୍ପଟିକୁ ପୂର୍ବରୁ ଥରେ ସଜଡା ଯାଇଥିଲା। ବର୍ତ୍ତମାନ ଉକ୍ତ ପ୍ରକଳ୍ପଟିକୁ ମରାମତି କରିବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ କହିବି ବୋଲି କହିଥିଲେ। ଏନେଇ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ବିଶ୍ୱାଳଙ୍କ ମୋବାଇଲ ନମ୍ବର-୭୯୭୮୦୨୬୪୦୨ରେ ଯୋଗାଯୋଗ କରାଯାଇଥିଲା। ସେ ନ ଉଠାଇବାରୁ ତାଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ। ଏହି ସମ୍ପର୍କରେ କୋରୁକୋଣ୍ଡା ବିଡିଓ ଅମୂଲ୍ୟ ସାହୁଙ୍କୁ ପଚାରିବାରୁ ଉକ୍ତ ପ୍ରକଳ୍ପଟିକୁ ତୁରନ୍ତ ମରାମତି କରିବାକୁ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ କହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image