Posted inଜାତୀୟ

ଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶ

କୋଲକାତା,୨୦ା୭: ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପରେ ମୁମ୍ବାଇରେ ଇଣ୍ଡିଆ ମିଳିତ ମେଣ୍ଟ ଏକାଠି ହୋଇଥିଲେ। ଏବେ ପୁଣି ଥରେ ସମାନ ପ୍ଲାଟ୍‌ଫର୍ମରେ ଇଣ୍ଡିଆ ମେଣ୍ଟର ଦୁଇଟି ବଡ଼ ଦଳକୁ ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିମନ୍ତ୍ରଣରେ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଜୁଲାଇ ୨୧ ଅର୍ଥାତ୍‌ ରବିବାର କୋଲକାତାର ଧର୍ମତଲାଠାରେ ଗୋଟିଏ ମଞ୍ଚରେ ନଜର ଆସିବେ।

ଟିଏମସି ନେତା କୁନାଲ ଘୋଷ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, କୋଲକାତାର ଧର୍ମତଲାରେ ଆୟୋଜିତ ହେବାକୁ ଥିବା ଟିଏମ୍‌ସି ରାଲିରେ ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବ ଅଂଶଗ୍ରହଣ କରିବେ। ଶହୀଦ ଦିବସ ଅବସରରେ ଏହି ରାଲିର ଆୟୋଜନ କରାଯାଉଛି। ୨୧ଜୁଲାଇ ୧୯୯୩ରେ ଏକ ପ୍ରଦର୍ଶନ ସମୟରେ ନିହତ ହୋଇଥିବା ଶ୍ରମିକଙ୍କ ସ୍ମୃତିରେ ମମତା ବାନାର୍ଜୀ ଶହୀଦ ଦିବସ ପାଳନ କରିଥିଲେ।

ମୁମ୍ବାଇରେ ଇଣ୍ଡିଆ ମେଣ୍ଟ ବୈଠକରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଜୁଲାଇ 21 ରେ କୋଲକାତାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାକୁ ସମାଜବାଦୀ ପାର୍ଟି ସୁପ୍ରିମୋଙ୍କୁ ଆମନ୍ତ୍ରଣ କରିଥିଲେ। ଯାହାକୁ ଅଖିଳେଶ ଗ୍ରହଣ କରିଥିଲେ।

ଇଣ୍ଡିଆ ମିଳିତ ମେଣ୍ଟର ମମତା ବାନାର୍ଜୀ ଏବଂ ଅଖିଳେଶ ଯାଦବଙ୍କ ସହ ଭଲ ସମ୍ପର୍କ ରହିଛି। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ସମୟରେ ମମତା ସମାଜବାଦୀ ପାର୍ଟି ପାଇଁ ପ୍ରଚାର କରିଥିଲେ। ଏଥି ସହିତ ୨୦୨୪ ଲୋକ ସଭା ନିର୍ବାଚନରେ ଅଖିଳେଶ ଏବଂ ମମତାଙ୍କ ଦଳକୁ ଭଦୋହି ଆସନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri