Posted inଜାତୀୟ

ଭାଙ୍ଗିଯିବ ଏନ୍‌ଡିଏ ସରକାର, ମୋଦି ଶପଥ ନେବା ପୂର୍ବରୁ କହିଲେ ମମତା ବାନାର୍ଜୀ

କୋଲକାତା,୮ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ରବିବାର ଅର୍ଥାତ୍‌ ଜୁନ୍‌ ୯ରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ ଏକ ବଡ଼ କଥା କହିଛନ୍ତି। ଏହି ସରକାର ଅଧିକ ଦିନ ରହିବ ନାହିଁ ବୋଲି ମମତା କହିଛନ୍ତି।

ସେ କହିଛନ୍ତି ଯେ, କିଛି ଭାଜପା ନେତା କିଛି ଦିନ ମଧ୍ୟରେ ଦଳ ଛାଡ଼ିପାରନ୍ତି। ଅନେକ ଭାଜପା ନେତା ଅତ୍ୟନ୍ତ ଅସନ୍ତୋଷ ଓ ଅସନ୍ତୁଷ୍ଟ। ଏହି ସରକାର ଅଧିକ ଦିନ ତିଷ୍ଠି ରହିବ ନାହିଁ। ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ତୃଣମୂଳ କଂଗ୍ରେସ ଯୋଗଦେବେ କି ନାହିଁ ଏହାର ଜବାବରେ ମମତା କହିଛନ୍ତି, ତାଙ୍କୁ ନିମନ୍ତ୍ରଣ ମିଳିନାହିଁ କିମ୍ବା ସେ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି, ଦେଶ ପରିବର୍ତ୍ତନ ଆବଶ୍ୟକ, ଆମେ ରାଜନୈତିକ ପରିସ୍ଥିତି ଉପରେ ନଜର ରଖିଛୁ। ଆସିଥିବା ଆଦେଶ ପରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ଉଚିତ ନୁହେଁ। ଆଜି ଇଣ୍ଡିଆ ମେଣ୍ଟ ସରକାର ଗଠନ କରିବାକୁ ଦାବି କରି ନାହିଁ, ଏହାର ଅର୍ଥ ନୁହେଁ ଯେ, ଭବିଷ୍ୟତରେ ଆମେ ତାହା କରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri